Site icon ଆଜିକାଲି

ଆଜି ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର : ଆଜି ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ । କଟକ ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ଟ୍ରେନର ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଶୁଭାରମ୍ଭ ଦିବସରେ ଏହି ଟ୍ରେନ୍ କଟକ ଷ୍ଟେସନରୁ ଛାଡିବ କିନ୍ତୁ ଏହି ଟ୍ରେନର ନିୟମିତ ସେବା ଶୁକ୍ରବାର ଠାରୁ ଉଭୟ ପାର୍ଶ୍ୱରୁ ପ୍ରାରମ୍ଭ କରାଯିବ। ଏହି ଟ୍ରେନର ପ୍ରଚଳନ ଉଭୟ ଭଦ୍ରକ ଏବଂ ନୟାଗଡ଼ ଜିଲାର ଲୋକଙ୍କ ଆକାଂକ୍ଷାକୁ ପୂରଣ କରିପାରିବ ।

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶର ଭିତ୍ତିପ୍ରସ୍ତର ସମାରୋହରେ ଭଦ୍ରକରୁ ଭୁବନେଶ୍ୱର ଅଭିମୁଖେ ଏକ ନୂତନ ଟ୍ରେନ୍ ଚଳାଚଳ କରାଇବାକୁ ଘୋଷଣା କରିଥିଲେ। ଏହି ଅଞ୍ଚଳର ଯାତ୍ରୀମାନଙ୍କ ଆରାମ ତଥା ସୁବିଧା ପାଇଁ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କ ନିରନ୍ତର ପ୍ରଚେଷ୍ଟାର ଏହା ହେଉଛି ଫଳାଫଳ। ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ଟ୍ରେନ ବଦଳାଇବା ପରିବର୍ତ୍ତେ ଏହି ଟ୍ରେନ ସିଧା ସଳଖ ଭାବେ ଯାତ୍ରା ପାଇଁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କୁ ସୁବିଧା ଯୋଗାଇବ। ଏହି ନୂତନ ଟ୍ରେନ୍ ଏହାର ଶୁଭାରମ୍ଭ ଦିନରୁ ହିଁ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରିବ।

Exit mobile version