Site icon ଆଜିକାଲି

ବାହାନଗା ଟ୍ରେନ ଦୁର୍ଘଟଣା : ୨୮୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ବାଲେଶ୍ୱର : ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଟ୍ରାଜେଡି ଘଟଣା । ମୃତ୍ୟୁ ସଂଖ୍ୟା ଲଗାତର ଭାବେ ବଢିଚାଲିଛି । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣା ମୃତ୍ୟୁ ସଂଖ୍ୟା ୨୮୮ରେ ପହଞ୍ଚିଥିବା ବେଳେ ଆହତଙ୍କ ସଂଖ୍ୟା ୧ ହଜାର ପାର୍‌ ହୋଇଛି । ଏନେଇ ମନ୍ତ୍ରୀ ପ୍ରମିଳା ମଲ୍ଲିକା ସୂଚନା ଦେଇଛନ୍ତି । ସେହିପରି ଆଗକୁ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିପାରେ ।

ସେପଟେ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ ଟିମ୍‌ ଲଗାତର ଭାବେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଏପିରିକି ବାୟୁସେନା ମଧ୍ୟ ସହାୟତା ନେଇଛି ରେଳ ବିଭାଗ । ବାୟୁସେନାର ଏକ ଟିମ୍‌ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିଛି । ସେହିପରି ମୃତ ଦେହ ଚିହ୍ନଟ ଲାଗି ସନ୍ଧାନୀ କୁକୁର ମଧ୍ୟ ନିୟୋଜିତ ହୋଇଛି । ସୂଚନା ଯେ, ଏହି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ଶନିବାର ଦିନ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

Exit mobile version