Site icon ଆଜିକାଲି

ଆଜିଠୁ ୩ ମାସ ଯାଏଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା : ଆଜିଠୁ ୩ ମାସ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ଜୁଲାଇ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଥିବାରୁ ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ଜାତୀୟ ଉଦ୍ୟାନ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧନ୍ତି ।ନଦୀକୂଳ ଠାରୁ ଜୁଆର ଛୁଇଁ ପାରୁନଥିବା ସୁରକ୍ଷିତ ସ୍ଥାନରେ ବସାବାନ୍ଧି ଅଣ୍ଡା ଦେଇଥାନ୍ତି । ଏହି ସମୟରେ କୁମ୍ଭୀର ଅଧିକ ହିଂସ୍ର ହୋଇଥାନ୍ତି । ସେମାନଙ୍କୁ ବାଧାଦେଲେ ଆକ୍ରମଣ କରିବାକୁ ପଛାନ୍ତି ନାହିଁ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି ।

Exit mobile version