Site icon ଆଜିକାଲି

ଆଜି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର

ଭୁବନେଶ୍ୱର : ଜାତୀୟ କ୍ରୀଡା ଦିବସରେ ଆଜି ପ୍ରଦାନ କରାଯିବ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିବେ । ପୂର୍ବତନ କ୍ରିକେଟର ଦେବାଶିଷ ମହାନ୍ତିଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ଦିଆଯିବ ।

ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଓ କୋଚ ବିଷ୍ଣୁ ପ୍ରସାଦ ମିଶ୍ର ମଧ୍ୟ ପୁରସ୍କାର ପାଇବେ । କ୍ରୀଡା ସାମ୍ବାଦିକତା ପାଇଁ ବେଣୁଧର ଦାସଙ୍କୁ ପୁରସ୍କୃତ କରାଯିବ । କ୍ରୀଡାକୁ ପ୍ରୋତ୍ସାହନ ପାଇଁ ରାଉରକେଲା ଷ୍ଟିଲ ପ୍ଲାଣ୍ଟକୁ ପୁରସ୍କାର ଦିଆଯିବ ।

Exit mobile version