Site icon ଆଜିକାଲି

ବାଇକ-ଟ୍ରକ ମୁହାଁମୁହିଁ ଧକ୍କା, ୨ ମୃତ

ବାଲେଶ୍ବର : ବାଲେଶ୍ୱର ଜିଲା ସୋର ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ବାଇକ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା ।

ଭଦ୍ରକରୁ କାମ ସାରି ଦୁଇ ଯୁବକ ବାଇକରେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି।

Exit mobile version