Site icon ଆଜିକାଲି

ସ୍ପଷ୍ଟ କଲା ବିଜେଡି : ଲୋକସଭା ଓ ବିଧାନସଭା ନିର୍ବାଚନ ଏକାକୀ ଲଢିବ,ତିନି ଚତୁର୍ଥାଂଶରୁ ଅଧିକ ଆସନ ଜିତିବା ନେଇ ଦୃଢୋକ୍ତି

ଭୁବନେଶ୍ୱର – ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନରେ ଓଡିଶାରେ ବିଜୁ ଜନତା ଦଳ ଏକାକୀ ଲଢିବ । ଆଜି ଦଳ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଦଳର ନିଷ୍ପତ୍ତି ନେଇ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି । ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବ । ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ଦଳ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ବିଜେଡି ଦୃଢୋକ୍ତି ପ୍ରକାଶ କରାଯାଇଛି।

ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ବିଜେଡିର ଲକ୍ଷ୍ୟ ହେବ ଏବଂ ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛି ବୋଲି ଦଳ ପକ୍ଷରୁ କୁହାଯାଇଛି ।

Exit mobile version