Site icon ଆଜିକାଲି

ବିଜେପି ବିରୋଧରେ ନିର୍ବାଚନ ଅଧିକାରୀଙ୍କଠାରେ ଫେରାଦ ହେଲା ବିଜେଡି


ଭୁବନେଶ୍ୱର : ବିଜେପି ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ଦଳର ୭ ଜଣିଆ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛି ଯେ, ଧାମନଗର ଉପନିର୍ବାଚନରେ ଭୋଟ ହାତେଇବା ପାଇଁ ବିଜେପି ବେଆଇନ ଭାବେ କାର୍ଯ୍ୟ କରୁଛି । ଟଙ୍କା ବାଣ୍ଟିବା ସହ ଭୋଟରଙ୍କୁ ପ୍ରଲୋଭିତ କରୁଛି । ଉପନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଅପଚେଷ୍ଟା କରାଯାଉଛି ବୋଲି କହିଛନ୍ତି ବିଜେଡି ନେତା ଲେନିନ ମହାନ୍ତି । ଏହାର ତଥ୍ୟ ଓ ପ୍ରମାଣ ମଧ୍ୟ ରାଜ୍ୟ ଦାଖଲ କରିଥିବା ଦାବି କରିଛି ବିଜେଡି ପ୍ରତିନିଧି ଦଳ । ଏ ଦିଗରେ ପଦକ୍ଷେପ ନେବାକୁ ସିଇଓଙ୍କୁ ଅନୁରୋଧ କରିଛି ବିଜେଡି ।

Exit mobile version