Site icon ଆଜିକାଲି

ମହାପ୍ରଭୁଙ୍କୁ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ପୁରୀ : ମହାପ୍ରଭୁଙ୍କୁ ଦର୍ଶନ କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଗତ ଗୁରୁବାର ପୁରୀ ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶୁକ୍ରବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ ଥିଲେ । ଶ୍ରୀମନ୍ଦିରରେ ସେବାୟତ ନଡ୍ଡାକୁ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ । ପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ନଡ୍ଡା । ଏହା ସହିତ ପାର୍ଶ୍ୱ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ ।

ପ୍ରକାଶ ଥାଉ କି, ଗତକାଲିଠୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନଡ୍ଡା । ବିମାନବନ୍ଦରରେ ପହଞ୍ଚିବା ପରେ ଏକ ବିଶାଳ ବାଇକ ରାଲିଲେ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ କର୍ମୀ । ଏହା ପରେ ଭୁବନେଶ୍ବର ଜନତା ମଇଦାନରେ ଶକ୍ତିକେନ୍ଦ୍ର କର୍ମକର୍ତ୍ତା ସମ୍ମିଳନୀରେ ଯୋଗ ଦେଇଥିଲେ । ସେଠାରେ ୨୦୨୪ ପାଇଁ ପ୍ରସ୍ତୁତ ରହିବାକୁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ । କାର୍ଯ୍ୟକ୍ରମ ସରିବା ପରେ ସେଠାରୁ ସେ ପୁରୀ ଅଭିମୁଖେ ବାହାରିଥିଲେ । ଅଠରନଳାରେ ତାଙ୍କୁ ବିଜେପି ନେତା ଓ କର୍ମୀ ବିପୁଳ ସ୍ୱାଗତ କରିଥିଲେ ।

Exit mobile version