Site icon ଆଜିକାଲି

ନଳିକୁମ୍ପା ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ବିସ୍ଫୋରଣ, ୨ ଏସଓଜି ଯବାନ ଆହତ

କଣ୍ଟାମାଳ – ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ନଳିକୁମ୍ପା ଜଙ୍ଗଲରେ କମ୍ବିଂ ଅପରେସନ ଚାଲିଥିବାବେଳେ ମାଓବାଦୀମାନଙ୍କ ଦ୍ୱାରା ବିଛାଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ହେବାରୁ ଦୁଇ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି । ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତିର ସୂଚନା ପାଇ ଏସଓଜି ଓ ଡିଭିଏଫ ପକ୍ଷରୁ ଆଜି ସର୍ଚ୍ଚ ଅପରେସନ କରାଯାଉଥିବା ବେଳେ ବିସ୍ଫୋରଣ ହୋଇଥିଲା ଏଥିରେ ଦୁଇ ଜଣ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ବଲାଙ୍ଗିର ମେଡିକାଲରେ ଭର୍ତ୍ତି କରାଯାଇଛି।

Exit mobile version