କେନ୍ଦୁଝର, କେନ୍ଦୁଝର ପାଣ୍ଡପଡା ଥାନା ସୋମଗିରି ଗ୍ରାମରେ ଅଘଟଣ। ନିଜ ଲାଇସେନ୍ସ ପ୍ରାପ୍ତ ବଧୁକରୁ ଗୁଳି ମାରି ଥାନାରେ ଆତ୍ମସମର୍ପଣ କଲା ଭାଇ । ଗୁରୁତର ଭଉଣୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆସିବା ବାଟରେ ମୃତ । ଅଭିଯୁକ୍ତ ଭାଇ ପ୍ରସନ୍ନ ବାରିକ ଏକ କମ୍ପାନୀ ରେ ଗନ ମ୍ୟାନ ଭାବେ କାର୍ଯ୍ୟ କରେ । ପ୍ରସନ୍ନର ଦେହ ଖରାପ ଥିବାରୁ ସେ ତାର ଭଉଣୀ ମାଳତୀ ବାରିକ କୁ ଟଙ୍କା ମାଗିଥିଲା । ସେମାନେ ନଦେବାରୁ ଭାଇ ପ୍ରସନ୍ନ ରାଗିଯାଇ ଭଉଣୀକୁ ନିଜ ବନ୍ଧୁକରୁ ଗୁଳି କରିଥିଲା । ଗୁଳିଟି ତଙ୍କର କାନ୍ଧ ତଳେ ବାଜି ଥିବାରୁ ଭଉଣୀ ମାଳତୀ ମୃତ୍ୟୁବରଣ କରିଛି ।