ଭଦ୍ରକ : ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ରାଣୀତାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ପଶ୍ଚିମବଂଗରୁ କାର୍ ଯୋଗେ ଭୁବନେଶ୍ବର ଆସୁଥିଲେ ୪ ଜଣ । ହେଲେ ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ରାଣୀତାଲ ନିକଟରେ ଘଟିଲା ଭୟଙ୍କର ଦୁର୍ଘଟଣା । କାର୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଯାହାଫଳରେ ଗାଡିରେ ଯାତ୍ରୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ବାକି ୨ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି ।