Site icon ଆଜିକାଲି

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲ୍‌ରେ ଆତ୍ମହତ୍ୟା କରିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ । ଆଜି ସକାଳେ ଅଭିଯୁକ୍ତ ଗୋବିନ୍ଦ ସାହୁ କଣ୍ଟାବାଞ୍ଝି ଜେଲ ପରିସରରେ ଆତ୍ମହତ୍ୟା କରିଥିଲା । କୋର୍ଟ ହାଜିରା ପୂର୍ବରୁ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିଲା । ଜେଲ ପରିସରରେ ଥିବା ଗୋଟିଏ ଗଛରେ ସେ ଗାମୁଛା ବାନ୍ଧି ଝୁଲିପଡ଼ିଥିଲା । ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ ।

Exit mobile version