ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର। ହନ୍ତାଳଗୁଡା ଘାଟିରେ ଓଲଟିଲା ସିମେଣ୍ଟ ବୋଝେଇ ଟିପ୍ପର । ୫ ଜଣ ଶ୍ରମିକଙ୍କ ମୃତ୍ୟୁ। ଟିପ୍ପର ଥିଲେ ୧୦ରୁ ଅଧିକ ଶ୍ରମିକ ଚିତ୍ରକୋଣ୍ଡାରୁ ସ୍ୱାଭିମାନ ଅଞ୍ଚଳର ଯୋଡାମ୍ବକୁ ଯାଉଥିଲା ଟିପ୍ପର ।
ଆଜି ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି ।