Site icon ଆଜିକାଲି

କୋରେଇ ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କେନ୍ଦ୍ରର ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର : ଯାଜପୁର ଜିଲା କୋରେଇ ଷ୍ଟେସନରେ ଆଜି ସକାଳେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାରେ ମୃତକ ଓ ଆହତଙ୍କ ପାଇଁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଲେଖାଏଁ ଘୋଷଣା କରିଥିବା ବେଳେ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ମିଳିବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ।

ଆଜି ସକାଳେ ଭଦ୍ରକ-କପିଳାସ ରୋଡର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିଲା। ଟ୍ରେନ୍‌ଟି ଯାତ୍ରୀ ବିଶ୍ରାମାଗାର ସମେତ ଫୁଟ୍‌ ଓଭରବ୍ରିଜ ଉପରେ ବି ମାଡ଼ି ଯିବାରୁ ୨ ଜଣ ମହିଳା ଓ ଜଣେ ପୁରୁଷଙ୍କର ମୃତ୍ୟୁ ଘଟିଛି। ଅନେକ ଲୋକ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆରପିଏଫ, ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉଦ୍ଧାର କାର୍ଯ୍ୟରେ ପ୍ରାୟ ୧୦ଟି ଜେସିବି ନିୟୋଜିତ ଅଛି।

Exit mobile version