Site icon ଆଜିକାଲି

ଆଳି ଡଙ୍ଗା ବୁଡ଼ି ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲା ଆଳିର ଏକ ମାଣିଆ ଘାଟରେ ଆଜି ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Exit mobile version