Site icon ଆଜିକାଲି

ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଦାମୋଦର ରାଉତ । ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version