Site icon ଆଜିକାଲି

ଧର୍ମଗଡ଼ ସଡକ ଦୁର୍ଘଟଣାରେ ଜୀବନ ହାନି ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର – କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Exit mobile version