Site icon ଆଜିକାଲି

ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ମୃତକଙ୍କ ନିକଟ ଆତ୍ମୀୟଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର: ସୋନପୁରର ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Exit mobile version