Site icon ଆଜିକାଲି

କୃଷି ମହୋତ୍ସବ ‘କୃଷି ଓଡ଼ିଶା’ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’ ଆଜିଠାରୁ ଆରମ୍ଭ ହୋଇଛି । ବରମୁଣ୍ଡା ଖେଳ ପଡ଼ିଆରେ ଗଛରେ ପାଣି ଦେଇ ମହୋତ୍ସବକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥର ରାଜ୍ୟ କୃଷି ମହୋତ୍ସବର ଥିମ ହେଉଛି ’କୃଷି ବିକାଶରେ ନୂତନ ଜ୍ଞାନ କୌଶଳ’ ।

ରାଜ୍ୟର କୋଣ ଅନୁକୋଣରୁ ଚାଷୀ ଏହି ମହୋତ୍ସବକୁ ଆସୁଛନ୍ତି । ବିଭିନ୍ନ କମ୍ପାନୀ ଦ୍ବାରା ପ୍ରଦର୍ଶିତ ହେଉଥିବା କୃଷିକ୍ଷେତ୍ରରେ ମେସିନ ଓ ଯନ୍ତ୍ରାଂଶ ସମ୍ପର୍କରେ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ଏହି ତିନି ଦିନ ଭିତରେ ପାରମ୍ପରିକ କୃଷି ବ୍ୟତୀତ ନୂତନ ଜ୍ଞାନ କୌଶଳରେ କିପରି ଚାଷ କରାଯିବ ଶେଷ ସମ୍ପର୍କରେ ଆଲୋଚନା ହେବ । ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସମୀକ୍ଷା ମଧ୍ୟ ଏହି କୃଷି ମହୋତ୍ସବରେ ହେବ ।

Exit mobile version