Site icon ଆଜିକାଲି

ଆଜି ବାଲେଶ୍ଵର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ: ଜିଲାବାସୀଙ୍କୁ ଭେଟି ଦେବେ ବିଭିନ୍ନ ବିକାଶ ପ୍ରକଳ୍ପ

ବାଲେଶ୍ବର : ଆଜି ବାଲେଶ୍ବର ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଜିଲ୍ଲାର ୧୨ଟି ବ୍ଲକ ସମେତ ବାଲେଶ୍ବର, ସୋର, ଜଳେଶ୍ବର ମ୍ୟୁନିସିପାଲିଟି ଓ ରେମୁଣା, ନୀଳଗିରି ଏନ୍‌ଏସିର ମୋଟ ୩୬୪ କୋଟି ୬୧ ଲକ୍ଷ ଟଙ୍କାର ୫୭ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ୧ହଜାର ୪୨ କୋଟି ୬୯ ଲକ୍ଷ ଟଙ୍କାର ୧୦୪ଟି ପ୍ରକଳ୍ପର ଭିତ୍ତି ପ୍ରସ୍ଥର ସ୍ଥାପନ କରିବେ । ବିଭିନ୍ନ ପ୍ରକଳ୍ପ ମଧ୍ୟରେ ରହିଛି ସୋମନାଥପୁର ରେଳ ବ୍ରିଜ୍‌, ହଳଦୀପଦା ଠାରୁ ଦୀଘା ପର୍ଯ୍ୟନ୍ତ ଆନ୍ତଃରାଜ୍ୟ ସଡ଼କ, ହରଗଙ୍ଗା ପୋଖରୀ ନବୀକରଣ, ସୁବର୍ଣ୍ଣରେଖା ନଦୀ ଉପରେ ପୋଲ, ଚାନ୍ଦିପୁର ପାଇଁ ସ୍ବତନ୍ତ୍ର ବିଦ୍ୟୁତ୍‌ ଗ୍ରୀଡ ଷ୍ଟେସନ୍‌ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୋଲିସ ଲାଇନ୍‌ ପଡ଼ିଆରେ ହେଲିପ୍ୟାଡ଼ ନିର୍ମାଣ ସହିତ ୧୫ ହଜାରରୁ ଅଧିକ ଲୋକଙ୍କ ବସିବା ପାଇଁ ସ୍ବତନ୍ତ୍ର ଟେଣ୍ଟ ପ୍ରସ୍ତୁତ କରାଯାଇଛି । ଟେକ୍‌ନିକାଲ ଫିଲଡ, ଫକୀର ମୋହନ କଲେଜ ପଡ଼ିଆ, ଆଇଟିଆଇ ପଡ଼ିଆ ଭଳି ୫ଟି ପଡ଼ିଆରେ ଗାଡ଼ି ପାର୍କିଂ ପାଇଁ ସୁବିଧା ହୋଇଛି । ଏସ୍‌ପିଙ୍କ ନେତୃତ୍ବରେ ୨ ଜଣ ଅତିରିକ୍ତ ଏସ୍‌ପି, ୬ଜଣ ଡ଼ିଏସ୍‌ପି, ୧୧ ଜଣ ଇନ୍ସପେକ୍ଟରଙ୍କ ସହିତ ଫୋର୍ସ ମୁତୟନ ହେବେ ।

Exit mobile version