Site icon ଆଜିକାଲି

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଭୁବନେଶ୍ବର : ବରଗଡ଼ ଜିଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି । ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ।

ସୂଚନା ଯେ, ଗତ ଉପ-ନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ । ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ । ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ। ପାଇକମାଳର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବୀ କରିଆସୁଥିଲେ ।

Exit mobile version