Site icon ଆଜିକାଲି

ଆଜି ଶ୍ରୀଜୀଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପୁରୀ : ଓଡ଼ିଶା ଗସ୍ତରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏ ନେଇ ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗତକାଲି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚି ମମତା ପୁରୀ ଯାତ୍ରା କରିଥିଲେ। ପୁରୀ ନିର୍ମାଣ ନିବାସରେ ରାତ୍ରିଯାପନ କରିଥିଲେ ମମତା । ମମତା ବାନାର୍ଜୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସମୟରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ। ମମତା ଆଜି ମଧ୍ୟ ପୁରୀରେ ରହିବେ । ଆସନ୍ତାକାଲି ସେ ଭୁବନେଶ୍ୱର ଯାଇ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି।

Exit mobile version