ଭୁବନେଶ୍ବର : ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆ ପଲ୍ଲୀରେ ଗତ ମଙ୍ଗଳବାର ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।