Site icon ଆଜିକାଲି

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର କାମ ସାରିବା ନେଇ ଆଲୋଚନା

ନୂଆଦିଲ୍ଲୀ : ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ରାଜ୍ୟର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ସମସ୍ୟା ସେ ପ୍ରଧାନମନ୍ତ୍ରୀଙ୍କ ଠାରେ ଉପସ୍ଥାପନ କରିଥିଲେ । ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର କାମ ସାରିବା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ନବୀନ । ଯାତ୍ରୀ ଓ ବିମାନ ସଂଖ୍ୟା ବୃଦ୍ଧି ଯୋଗୁ ଭୁବନେଶ୍ବର ଏୟାରପୋର୍ଟ ଉପରେ ଅଧିକ ଚାପ ପଡ଼ୁଛି। ତେଣୁ ଶ୍ରୀଜଗନ୍ନାଥ ଏୟାରପୋର୍ଟ କାମ ସାରିବାକୁ ପ୍ରଧାନମନ୍ତ୍ରୀ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବିମାନବନ୍ଦର ପାଚେରୀ ପାଇଁ ଚିହ୍ନଟ କାମ ସରିଯାଇଛି। ଏହା ଜାଣିବା ପରେ ପ୍ରଧାନମନ୍ତ୍ରୀ ସମସ୍ତ ପ୍ରକାର ସହଯୋଗର ଆଶ୍ୱାସନା ଦେଇଛନ୍ତି ।

ରାଜ୍ୟରେ ୮ଟି ଅସଂପୂର୍ଣ୍ଣ ଜାତୀୟ ରାଜପଥ ଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ମଧ୍ୟ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ଭାରତ ନେଟ୍‌-୨ ଜରିଆରେ ପଞ୍ଚାୟତରେ ଇଣ୍ଟରନେଟ ସେବା ଯୋଗାଇବା ଓ ରାଜ୍ୟରେ ପଞ୍ଚାୟତ ସ୍ତରରେ ବ୍ୟାଙ୍କିଙ୍ଗ ସେବା ବୃଦ୍ଧି ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କଠାରେ ଦାବି କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କର କୌଣସି ରାଜନୈତିକ ଆଲୋଚନା ହୋଇନାହିଁ। ତୃତୀୟ ସାମ୍ମୁଖ୍ୟ ଗଠନ ଉଦ୍ୟମରେ ସେ ନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

Exit mobile version