Site icon ଆଜିକାଲି

କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ

ଭୁବନେଶ୍ୱର : ଏପ୍ରିଲ ୧୯ରେ ଆରମ୍ଭ ହୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ଆଗକୁୁ ମାଡି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି । ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ବିଜେପି ଆଗକୁ ବଢି ଚାଲିଛି । ଏହାରି ଭିତରେ କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ଦୁଇଟି ସ୍ଥାନରୁ ପ୍ରାର୍ଥୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । କଣ୍ଟାବାଂଜି ଓ ହିଞ୍ଜିଳିରୁ ପ୍ରାର୍ଥୀ ହୋଇଛନ୍ତି ନବୀନ । କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାଜିତ ହୋଇଥିୃବା ସୂଚନା ମିଳିଛି ।

Exit mobile version