Site icon ଆଜିକାଲି

ଜନ୍ମ ଦିନରେ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ମୁଖ୍ୟମନ୍ତ୍ରୀ ‘ମେକ ଇନ ଓଡ଼ିଶା’ କାର୍ୟ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁମାନଙ୍କୁ ଅନୁରୋଧ ଜଣାଇଛନ୍ତି। ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରବିବାର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ରବିବାର ଅପରାହ୍ନରେ ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମଦିନ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନଆସିବାକୁ ସେ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି । ଓଡ଼ିଶାବାସୀଙ୍କ ସ୍ନେହ,ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ଋଣୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅବଶ୍ୟ ନବୀନଙ୍କ ଜନ୍ମଦିନକୁ ତାଙ୍କ ଦଳ ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ପାଳନ କରାଯାଉଛି । ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିବାବେଳେ ଯାଜପୁରରେ ବିଶାଳ କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।

Exit mobile version