Site icon ଆଜିକାଲି

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଅଯୋଧ୍ୟାରେ ରାମ ଲଲାଙ୍କ ଆଜି ପ୍ରାଣ ପ୍ରତିଷ୍ଠା ପାଇଁ ସମଗ୍ର ଦେଶ ଉତ୍ସବ ମୁଖର ହୋଇଛି । କୋଟି କୋଟି ଶ୍ରଦ୍ଧାଳୁ ଘରେ ବସି ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧା ପ୍ରସାରଣ ଦେଖିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସରେ ଅଯୋଧ୍ୟାରେ ନବନିର୍ମିତ ମନ୍ଦିରରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ସିଧା ପ୍ରସାରଣ ଦେଖିଛନ୍ତି। ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ମୁଖ୍ୟମନ୍ତ୍ରୀ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିଥିଲେ । ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଆଜି ରାଜ୍ୟ ସରକାର ଅଧା ଦିନ ଛୁଟି ଘୋଷଣା କରିଥିଲେ।

Exit mobile version