Site icon ଆଜିକାଲି

ଟୋକିଓରେ ଆଜି ଓଡ଼ିଶା ବିଜନେସ ମିଟକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଟୋକିଓ : ଟୋକିଓର ଓକୁରାରେ ଆଜି ଆୟୋଜିତ ହେବ ଓଡ଼ିଶା ବିଜନେସ ମିଟ୍ -୨୦୨୩ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବିଜନେସ ମିଟକୁ ସମ୍ବୋଧନ କରିବେ । ଏଥିରେ ଜାପାନ ୨ ଶହରୁ ଅଧିକ ଶିଳ୍ପପତି, ବ୍ୟବସାୟୀ ଓ ନିବେଶକ ଯୋଗ ଦେବେ । ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ରହିଥିବା ଅପାର ସୁଯୋଗ ଓ ରାଜ୍ୟ ସରକାରଙ୍କର ଉତ୍ତମ ଶିଳ୍ପନୀତି ସମ୍ପର୍କରେ ଶିଳ୍ପପତି ଓ ବ୍ୟବସାୟୀଙ୍କୁ ବୁଝାଇବା ସ଼ହ ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ପୁଞ୍ଜି ବିନିଯୋଗ ପାଇଁ ଆମନ୍ତ୍ରଣ କରିବେ ।

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଜାପାନରେ ପ୍ରବାସୀ ଓଡ଼ିଆଙ୍କ ସହ ମଧ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ସେମାନଙ୍କ ସହ ଏକ ନୈଶ୍ୟ ଭୋଜିରେ ମଧ୍ୟ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ନିପ୍ପନ ଷ୍ଟିଲ କର୍ପୋରେସନର କିମିସୁ ଷ୍ଟିଲ ୱାର୍କସ ସେଣ୍ଟର ପରିଦର୍ଶନ କରିବେ । ଏହାସହ ମେଟାଲ, ଆଇଟି, ପର୍ଯ୍ୟଟନ, ଆଲୁମିନିୟମ, ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ଓ ଗ୍ରୀନ୍ ହାଇଡ୍ରୋଜେନ୍ କ୍ଷେତ୍ରର ହବ୍‌ ମଧ୍ୟ ବୁଲିବେ ।

ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ୫-ଟି ସଚିବ ଭି.କେ ପାଣ୍ଡିଆନ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ ମିଶ୍ର, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ଓ ଇପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରମୁଖ ଜାପାନ ଗସ୍ତରେ ସାମିଲ ହୋଇଛନ୍ତି । କ୍ଷେତ୍ର ପରିଦର୍ଶନ ସମୟରେ ଜାପାନର ଶିଳ୍ପପତିଙ୍କ ସହ ମୁଖ୍ୟମନ୍ତ୍ରୀ ଓ ପ୍ରତିନିଧି ଦଳ ଆଲୋଚନା କରିବେ।

Exit mobile version