Site icon ଆଜିକାଲି

ଆଜି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆଦିଲ୍ଲୀ ଗସ୍ତ ଆରମ୍ଭ ହୋଇଛି। ଗତ ବୁଧବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରକଳ୍ପର ନେଇ କେନ୍ଦ୍ରମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବା ସମ୍ଭାବନା ଅଛି । ଓଡ଼ିଶାର ବିକାଶ ନେଇ ବିଭିନ୍ନ ଦାବି ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ।

Exit mobile version