Site icon ଆଜିକାଲି

ଆଜି ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଜିଲ୍ଲାବାସୀଙ୍କୁ ଭେଟିଦେବେ ବିଭିନ୍ନ ଉନ୍ନୟନମୂଳକ ପ୍ୟାକେଜ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି। ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ମୁଖ୍ୟମନ୍ତ୍ରୀ ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେଇ ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବା ସହ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ ।ଏହ ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡୁରେ ଏକ ଜନ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

ଶେଷରେ ମୁଖ୍ୟମନ୍ତ୍ରୀ ଛତ୍ରପୁର ଆସିବେ । ଛତ୍ରପୁର ଷ୍ଟାଡିୟମରେ ଏକ ସଭାରେ ଯୋଗଦେଇ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସସସ୍ତ ପ୍ରସ୍ତୁତି ଶେଷ ହୋଇଛି।ଚାଲିଛି । ମୁଖ୍ୟମନ୍ତ୍ରୀ ଆସୁଥିବାରୁ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁରରେ ସାଧାରଣ ଲୋକ ବିଜେଡି କର୍ମୀ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି। ଗଞ୍ଜାମ ଗସ୍ତ ସବୁବେଳେ ତାଙ୍କୁ ଆନନ୍ଦ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ଗତକାଲି ଟୁଇଟ କରିଥିଲେ। ଗସ୍ତ ନେଇ ବହୁତ ଉତ୍ସାହିତ ବୋଲି ନବୀନ କହିଛନ୍ତି।

Exit mobile version