Site icon ଆଜିକାଲି

ଆଜି କେନ୍ଦୁଝର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଉଦ୍‌ଘାଟନ ଓ ଶିଳାନ୍ୟାସ

ଭୁବନେଶ୍ୱର : ଆଜି କେନ୍ଦୁଝର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦୁଝର ଯାଇ ୪୭୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ।

ସୋମବାର ପୂର୍ବାହ୍ଣ ୧୧ଟା ୧୫ ମିନିଟରେ କେନ୍ଦୁଝରରେ ପହଂଚିବେ ମୁଖ୍ୟମନ୍ତ୍ରୀ । ୧୧ଟା ୨୦ରେ ସେ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିବେ । ସେଠାରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି । ମେଡିକାଲ କଲେଜକୁ ଉଦ୍‌ଘାଟନ କରିବା ପରେ ସାଧାରଣ ସଭାରେ ଯୋଗଦାନ କରିବେ । ସେଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ପୂର୍ବରୁ ଧରଣୀଧର ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ନେଇ ବଡ଼ ଘୋଷଣା କରିଛନ୍ତି ।

Exit mobile version