Site icon ଆଜିକାଲି

ଆଜି ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ଆଜିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜି-୨୦ ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବା କାର୍ଯ୍ୟକ୍ରମ ରହିଛି । ବୈଠକରେ ଯୋଗ ଦେବା ପରେ ତା’ପର ଦିନ ଅର୍ଥାତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ।

ସୂଚନା ଯେ, ନଭେମ୍ବର ୨୦୨୩ ଯାଏଁ ଭାରତ ଜି-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ଟି ବୈଠକ ଭାରତରେ ଆୟୋଜିତ ହେବ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ଟି ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଜି-୨୦ର ୫ଟି ପ୍ରମୁଖ ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ । ଯାହାଦ୍ୱାରା ଭାରତର ଐତିହ୍ୟକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ । ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ଟି କୀର୍ତିରାଜି ନିକଟରେ ୫ଟି ବୈଠକ ଆୟୋଜିତ ହେବ । ୫ଟି ବୈଠକ ମଧ୍ୟରୁ ତାଜମହଲ ନିକଟରେ ୨ଟି ଅନ୍ୟ ଐତିହ୍ୟ ସ୍ଥଳଗୁଡ଼ିକରେ ଗୋଟିଏ ଲେଖାଏଁ ବୈଠକ ହେବ ।

Exit mobile version