Site icon ଆଜିକାଲି

କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ୱର : କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ଘୋଷଣା କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା । କୁଟୁମ୍ବ ଯୋଜନାରେ ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର । ଏନେଇ ଖୁବ୍‌ ଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। କ୍ରାନ୍ତି ଦିବସ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ କ୍ରାନ୍ତି ଦିବସ ପାଳନ କରାଯାଇଛି ।

Exit mobile version