Site icon ଆଜିକାଲି

ଜୟନ୍ତୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଆଜି ଜୟନ୍ତୀ । ଏହି ଅବସରରେ ସ୍ୱର୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶିକ୍ଷକ, ରାଜନେତା ଏବଂ ସ୍ବାଧୀନତା ସଂଗ୍ରାମୀ ଭାବେ ବିନାୟକ ଆଚାର୍ଯ୍ୟଙ୍କ ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମାଜର ଅସହାୟ ବର୍ଗଙ୍କ କଲ୍ୟାଣ କ୍ଷେତ୍ରରେ ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ସମସ୍ତଙ୍କ ପାଇଁ ଚିର ଆଦର୍ଶ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇ କହିଛନ୍ତି।

Exit mobile version