Site icon ଆଜିକାଲି

ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଧୁନିକ ଓଡ଼ିଶାର ରୂପକାର, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାକୁ ବିକାଶର ଶିଖରରେ ପହଞ୍ଚାଇବା ପାଇଁ ସେ ଦେଖିଥିବା ସ୍ଵପ୍ନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି। ତାଙ୍କ ନୀତି ଓ ଆଦର୍ଶକୁ ବଜାୟ ରଖି ନୂଆ ଓଡ଼ିଶା ଗଠନ ଦିଗରେ ଆମେ ଆଗକୁ ବଢୁଛୁ ବୋଲି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version