Site icon ଆଜିକାଲି

ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ହେଉଛି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ଅମାପ ଦେଶପ୍ରେମ, ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାର ପ୍ରଗତି ସହ ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ଅତୁଳନୀୟ ଅବଦାନ ପାଇଁ ଡକ୍ଟର ମହତାବ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ ।

Exit mobile version