Site icon ଆଜିକାଲି

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ, ୧୦ ଆହତ

ଜଗତସିଂହପୁର : ଜଗତସିଂହପୁର ଜିଲା ସଦର ଥାନା ରଣହତା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ । ଉଭୟ ପକ୍ଷରୁ ୮ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ସମସତଣୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ଯେ, ରଣହତା ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଫଳରେ ଉଭୟ ପକ୍ଷରୁ ୮ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ୬ ଜଣ ଆହତଙ୍କୁ ଜଗତସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଜଗତସିଂହପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରା ଉଚରା ଚଳାଇଛି । ଚୋରା ମଦ ବ୍ୟବସାୟକୁ କେନ୍ଦ୍ରକରି ଏହି ଗୋଷ୍ଠୀ ସଂଘର୍ଷ ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ ଘଟଣା ସ୍ପଷ୍ଟ ହୋଇନାହିଁ ।

Exit mobile version