Site icon ଆଜିକାଲି

ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ସାଂସଦ ମାନସ ମଙ୍ଗରାଜଙ୍କୁ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ବିଜୁ ଜନତା ଦଳର ବିଭିନ୍ନ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବରେ ଥିବା ରାଜ୍ୟସଭା ସଦସ୍ୟ ମାନସ ମଙ୍ଗରାଜ ଏବେ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ ବି ଦଳର ପର୍ଯ୍ୟବେକ୍ଷକ ରହିବେ । ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଥିବା ବେଳେ ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ଦିଆଯାଇଛି ।

Exit mobile version