Site icon ଆଜିକାଲି

ଆକାଶ ମାର୍ଗରୁ ବାତ୍ୟା କ୍ଷୟକ୍ଷତି ଦେଖିଲେ ମୁଖ୍ୟମନ୍ତ୍ରୀ, ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ସବୁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା ସମେତ ଚାନ୍ଦବାଲି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ଅନୁଧ୍ୟାନ କରିଛନ୍ତି। ଆକାଶମାର୍ଗରୁ ବୁଲି ଦେଖିବା ପରେ ବିଭିନ୍ନ ବିଭାଗକୁ ତୁରନ୍ତ କ୍ଷୟକ୍ଷତି ଆକଳନ କରି ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ୱାରା ବାତ୍ୟା ଓ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version