Site icon ଆଜିକାଲି

ଆଜି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ : ନକ୍ସଲ ମୁକାବିଲା ନେଇ ରଣନୀତି ପ୍ରସ୍ତୁତ ନିମନ୍ତେ ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ। ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୋହନ ମାଝୀ ଆଜି ବୈଠକରେ ସାମିଲ ହେବେ। ମୋହନ ମାଝୀଙ୍କ ସହ ୮ ନକ୍ସଲପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଉପସ୍ଥିତ ରହିବେ।

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ବୈଠକରେ ଯୋଗଦେବେ। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ୩ ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଜ୍ୟ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିବା କାର୍ଯ୍ୟକ୍ରମ ରହିଛି।

Exit mobile version