ରାଉରକେଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ସଚିବ ଆର୍. ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ମଧ୍ୟ ଥିଲେ।
ସଚିବସ୍ତରୀୟ ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। ଏହାସହ ରାଉରକେଲା ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ମଧ୍ୟ ସମୀକ୍ଷା କରିଥିଲେ। ନଭେମ୍ବର ୩୦ ତାରିଖ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦରର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନୁଧ୍ୟାନ କରି ସିଏସ ମହାପାତ୍ର କହିଥିଲେ ଯେ, ୨୦୨୩ ଜାନୁଆରି ମାସ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସହିତ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରାଯିବ। ରାଉରକେଲାରେ ପ୍ରାୟ ୨୦ଟି ମ୍ୟାଚ ଖେଳାଯିବ। ତେଣୁ ଖେଳାଳିମାନଙ୍କ ଯାତାୟତ ସୁବିଧା ଲାଗି ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ଚାର୍ଟର ବିମାନ ଚଳାଚଳ କରିବ। ଏହାକୁ ଦୃଷ୍ଟିରେ ରଖି ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ନଭେମ୍ବର ୩୦ ସୁଦ୍ଧା ସମସ୍ତ କାମ ସାରିବାକୁ ଲକ୍ଷ୍ୟ ରହିଛି। ବିମାନ ବନ୍ଦରରୁ ରାଉରକେଲା ସହରକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାର ଉନ୍ନତିକରଣ କରାଯାଉଥିବା ମୁଖ୍ୟ ଶାସନ ସଚିବ କହିଥିଲେ। କ୍ଷେତ୍ର ପରିଦର୍ଶନ ପରେ ପରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ବର୍ତ୍ତମାନ ରାଉରକେଲାରେ ନିର୍ମାଣାଧୀନ ଥିବା ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଓ ସହରର ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରାଯାଇଥିଲା।
ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହା ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।
November 17, 2022
0 Comment
278 Views
ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଓ ରାଉରକେଲା ବିମାନବନ୍ଦରର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ: ସିଏସ
ରାଉରକେଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ସଚିବ ଆର୍. ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ମଧ୍ୟ ଥିଲେ। ସଚିବସ୍ତରୀୟ ଟିମ୍... Read More