Site icon ଆଜିକାଲି

କରୋନା ଅପଡେଟ୍: ଦେଶରେ ୭,୫୯୧ ନୂଆ ଆକ୍ରାନ୍ତ ଓ ୩୦ ମୃତ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାର ୭,୫୯୧ ନୂଆ ମାମଲା ରିପୋର୍ଟ ହୋଇଛି । ଏଥିସହ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୧୫,୭୨୩କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ତଥା ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୮୪,୯୩୧କୁ ଖସିଆସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ସୋମବାର ସକାଳ ୮ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ ୩୦ ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫,୨୭,୭୯୯କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୪,୯୩୧ କୁ ଖସି ଆସିଛି, ଯାହା ମୋଟ ମାମଲାର ୦.୧୯ ପ୍ରତିଶତ ଅଟେ। ରୋଗୀଙ୍କ ଜାତୀୟ ଆରୋଗ୍ୟ ହାର ୯୮.୬୨ ପ୍ରତିଶତକୁ ବୃଦ୍ଧି ପାଇଛି। ଦୈନିକ ସଂକ୍ରମଣ ହାର ୪.୫୮ ପ୍ରତିଶତ ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୨.୬୯ ପ୍ରତିଶତ । ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୪,୩୮,୦୨,୯୯୩ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି ଏବଂ କୋଭିଡ-୧୯ ରୁ ମୃତ୍ୟୁ ହାର ୧.୧୯ ପ୍ରତିଶତ ରହିଛି। ଏଥି ସହିତ ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୨୧୧.୯୧ କୋଟି କୋଭିଡ୍ ଟିକା ଦିଆଯାଇଛି।

Exit mobile version