Site icon ଆଜିକାଲି

କରୋନା ଅପଡେଟ୍: ଦେଶରେ ୯,୪୩୬ ନୂଆ ମାମଲା, ୩୦ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୯,୪୩୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୦୮,୧୩୨କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ବା ଚିକିତ୍ସାଧୀନ ରୋଗୀଙ୍କ ୮୬,୫୯୧କୁ ଖସି ଆସିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ରବିବାର ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣରେ ୩୦ ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁସଂଖ୍ୟା ୫,୨୭,୭୫୪ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଦେଶରେ କୋଭିଡ-୧୯ ପାଇଁ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୮୬,୫୯୧ କୁ ହ୍ରାସ ପାଇଛି, ଯାହାକି ମୋଟ ମାମଲାର ୦.୧୯ ପ୍ରତିଶତ ଅଟେ। ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟାରେ ୭୨୦ ହ୍ରାସ ରିପୋର୍ଟ କରାଯାଇଛି । ଦେଶରେ କରୋନା ରୋଗୀଙ୍କ ଆରୋଗ୍ୟ ହାର ୯୮.୬୨ ପ୍ରତିଶତ ରହିଛି ।

ସଦ୍ୟତମ ତଥ୍ୟ ଅନୁଯାୟୀ, ଦୈନିକ ସଂକ୍ରମଣ ହାର ୨.୯୩ ପ୍ରତିଶତ ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୨.୭୦ ପ୍ରତିଶତ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ କରୋନାରୁ ୪,୩୭,୯୩,୭୮୭ ଲୋକ ସୁସ୍ଥ ହୋଇଛନ୍ତି । କୋଭିଡ୍ ମୃତ୍ୟୁ ହାର ୧.୧୯ ପ୍ରତିଶତ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୨୧୧.୬୬ କୋଟି ଡୋଜ୍ କୋଭିଡ-୧୯ ଟିକା ଦିଆଯାଇଛି।

Exit mobile version