Site icon ଆଜିକାଲି

ଅଗ୍ନିଶମ ସେବା ବିଭାଗରେ ୨୬ଟି ନୂଆ ପଦବୀ ସୃଷ୍ଟି, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ ବୋଲି ଆଶା କରାଯାଏ।

Exit mobile version