Site icon ଆଜିକାଲି

ଏଏସଆଇ ଗୋପାଳକୃଷ୍ଣ ଦାସକୁ ଗିରଫ କଲା କ୍ରାଇମବ୍ରାଞ୍ଚ

ବ୍ରଜରାଜନଗର : ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରିଥିବା ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ ଗିରଫ କରାଯାଇଛି । ପଚରାଉଚରା ପରେ ଆଜି ତାଙ୍କୁ ଗିରଫ କରାଯାଇଥିବା ନେଇ କ୍ରାଇମବ୍ରାଞ୍ଚ। ଏଡିଜି ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଗୁଳିକାଣ୍ଡ ସ୍ଥଳ ଯାଞ୍ଚ କରାଯାଇଛି। ଅଭିଯୁକ୍ତ ଏଏସଆଇଙ୍କୁ ୭ ଦିନ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରାଯିବ। କାହିଁକି ଗୁଳି କଲେ ଓ ପୂର୍ବ ଶତ୍ରୁତା ଥିଲା କି ନାହିଁ ତଦନ୍ତ ଚାଲିଛି। ଗୋପାଳ ନବ ଦାସଙ୍କ ପିଏସ୍ଓ ନଥିଲେ ବୋଲି ବୋଥ୍ରା ସ୍ପଷ୍ଟ କରିଛନ୍ତି ।

ସୂଚନା ଯେ, ଗତ ରବିବାର ଦିନ ଝାରସୁଗୁଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରିଥିଲେ । ଯେଉଁଥିରେ ନବ ଦାସ ହିଁ ଘଟଣାସ୍ଥଳରେ ଟଳିପଡିଥିଲେ । ଏହାପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲକୁ ଏୟାରଲିଫ୍ଟ କରାଯାଇଥିଲା । ସ୍ୱତନ୍ତ୍ର ବିମାନ ଯୋଗେ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ୱରରେ ପହଞ୍ଚିବା ପରେ ଗ୍ରୀନ୍‌ କରିଡରରେ ନବ ଦାସଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଲଗାତର ଭାବେ ନବ ଦାସଙ୍କ ଚିକିତ୍ସା ଲାଗି ଆପ୍ରାଣ ଉଦ୍ୟମ କରିଥିଲେ । ହେଲେ ଶେଷରେ ଡାକ୍ତରଙ୍କ ଶତ ଚେଷ୍ଟା ହୋଇଥିଲା ବିଫଳ । ଆଉ ମେଡିକାଲରେ ହିଁ ଆଖିବୁଜିଥିଲେ ନବ ଦାସ ।

Exit mobile version