Site icon ଆଜିକାଲି

ସମ୍ବଲପୁରରେ ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ

ଭୁବନେଶ୍ୱର : ସମ୍ବଲପୁରରେ ହନୁମାନ ଜୟନ୍ତୀ ବାଇକ ରାଲି ବେଳେ ଦୁଇଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିଛି । ସ୍ଥିତି ନିୟନ୍ତ୍ରଣ ପାଇଁ ଗତ ଶୁକ୍ରବାର ରାତି ୧୨ଟାରୁ ସହରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି । ସମ୍ବଲପୁର ଟାଉନ, ଧନୁପାଲି, କ୍ଷେତରାଜପୁର , ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି । କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ ।

ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ସକାଳ ୮ଟାରୁ ୧୦ଟା, ଅପରାହ୍ନ ୩ଟା୩୦ରୁ ୫ଟା୩୦ ମଧ୍ୟରେ ସହରବାସୀ ସାମଗ୍ରୀ କିଣିପାରିବେ । କୌଣସି ମେଡିକାଲ ଏମର୍ଜେନ୍ସି ପାଇଁ ହେଲ୍ପଲାଇନ୍ ନମ୍ବର ୭୬୫୫୮୦୦୭୬୦ ଜାରି କରାଯାଇଛି ।

Exit mobile version