Site icon ଆଜିକାଲି

ବିକୃତ ଗଣେଶ ମୂର୍ତ୍ତିକୁ ନେଇ କାରିଗର ଓ କ୍ଲବଗୁଡ଼ିକୁ ତାଗିଦ କଲେ କଟକ ଡିସିପି

କଟକ : ବିକୃତ ଗଣେଶ ମୂର୍ତ୍ତିକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରସଙ୍ଗରେ ଉଭୟ ମୂର୍ତ୍ତି କାରିଗର ଓ କ୍ଲବଗୁଡ଼ିକୁ ତାଗିଦ କଲେ କଟକ ଡିସିପି ପିନାକ ମିଶ୍ର । ମଣ୍ଡପରେ ଏଭଳି ମୂର୍ତ୍ତି ପ୍ରତିଷ୍ଠା ନକରିବାକୁ ଅପିଲ କଲେ ଡିସିପି । ପୋଲିସ ସବୁବେଳେ ଏଭଳି ମୂର୍ତ୍ତି ନିର୍ମାଣ ନକରିବାକୁ ଅନୁରୋଧ କରିଆସିଛି । ଏଥିରେ ବ୍ୟତିକ୍ରମ ଦେଖିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ଧାର୍ମିକ ଭାବନାରେ ଆଘାତ ପହଞ୍ଚାଇବା ଭଳି ପଦକ୍ଷେପକୁ ଗ୍ରହଣ କରାଯିବନି ।

ସୂଚନା ଯେ, ଗଣେଶ ମୂର୍ତ୍ତି ବିବାଦରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଏଥିସହିତ ଚିରାଚରିତ ମୂର୍ତ୍ତିକୁ ବାଦ ଦେଇ ବିକୃତ ମୂର୍ତ୍ତି ନିର୍ମାଣ ହୋଇପାରିବ ନାହିଁ। ହିନ୍ଦୁ ଭାବାବେଗକୁ ଆଘାତ ଦେବା ଭଳି ମୂର୍ତ୍ତି ରାଜ୍ୟର କୌଣସି ପୂଜା ମଣ୍ଡପରେ ପୂଜା ହୋଇ ପାରିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ହିନ୍ଦୁ ଆଇନ ଅନୁଯାୟୀ ଏଭଳି ମୂର୍ତ୍ତି ନିର୍ମାଣ ଓ ପୂଜା ଆଇନ ସମ୍ମତ ନୁହେଁ। ଏଭଳି ମୂର୍ତ୍ତି ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିବାର ସମ୍ଭାବନା ରହିଛି। ପୁଲିସକୁ ଏଭଳି ମୂର୍ତ୍ତି ନିର୍ମାଣ ଓ ପୂଜାମଣ୍ଡପରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।

Exit mobile version