ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ଜିଲା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
September 12, 2024
0 Comment
49 Views
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୬ ଯାଏଁ ବର୍ଷା ସମ୍ଭାବନା
by Editor
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ବର୍ଷା ନେଇ କଳାହାଣ୍ଡି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ଜିଲା ମଧ୍ୟରେ ନବରଙ୍ଗପୁର,... Read More