Site icon ଆଜିକାଲି

ଆଜି ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କନ୍ଧମାଳ, ଦେବଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ଏହି ୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।

Exit mobile version