Site icon ଆଜିକାଲି

ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀର ମୃତ୍ୟୁ

ଢେଙ୍କାନାଳ : ଢେଙ୍କାନାଳ ଜିଲା ମୁଖ୍ୟ ଚିକତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ମୃତ କଏଦୀ ଜଣକ ହେଲେ ଢେଙ୍କାନାଳ ସଦର ଥାନା ବେଶାଳିଆ ଗାଁର ଅଥାନି ଦେହୁରୀ । ଅଥାନୀ ଗତ ରବିବାର ଚୋରା ମଦ ବ୍ୟବସାୟ ଅଭିଯୋଗରେ ଗିରଫ ହୋଇଥିଲେ । ଅବକାରୀ ବିଭାଗ ପକ୍ଷରୁ ତାଙ୍କୁ ଗିରଫ କରି ଗତ ୧୯ ତାରିଖ ଅପରାହ୍ନରେ ବିଚାର ବିଭାଗୀୟ ହାଜତକୁ ପଠାଇ ଥିଲା ।

ସୂଚନା ଯେ, ଗତ ବୁଧବାର ସେ ହଠାତ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ କରାଗାର କର୍ତ୍ତୃପକ୍ଷ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଅପରପକ୍ଷେ ତାଙ୍କୁ ପିଟି ପିଟି ମାରି ଦିଆଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ । ଅଥାନୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ନେଇ ପରିବାର ଲୋକଙ୍କୁ ଅବଗତ କରାଯାଇନଥିବା ମଧ୍ୟ ଅଭିଯୋଗ ହୋଇଛି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରାଯାଇଛି । ଏନେଇ କାରାଗାର କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।

Exit mobile version